ପୁରୀ,୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଓ ଅଭିଯୁକ୍ତକୁ ଗିରଫ ଦାବିରେ ବିଜୁ ଜନତା ଦଳ ପକ୍ଷରୁ ଆଜି ୬ ଘଣ୍ଟିଆ ପୁରୀ ଜିଲ୍ଲା ବନ୍ଦ । ପିପିଲି ର ପୂର୍ବତନ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ଙ୍କ ନେତୃତ୍ୱରେ ବିଜେଡି କର୍ମୀ ଓ ସମର୍ଥକମାନେ ଭୁବନେଶ୍ୱର -ପୁରୀ ଜାତୀୟ ରାଜପଥର ଉତ୍ତରା ବଜାର, ପିପିଲି ଟୋଲ ପ୍ଲାଜା ଛକ, ମଙ୍ଗଳପୁର ବଜାର, ସାତଶଂଖ ବଜାର ସମେତ ପିପିଲି ପୌରାଞ୍ଚଳର ହାଟଛକ ଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ।