ଭୁବନେଶ୍ୱର,୨୬/୯(କଳିଙ୍ଗ ଜାଗରଣ ବ୍ୟୁରୋ):-ବଙ୍ଗୋପସାଗରେ ସୃଷ୍ଟି ଲଘୁଚାପ ଅବପାତ ରୂପ ନେଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ଫଳରେ ଦକ୍ଷିଣ ଓଡ଼ିଶା ଏବଂ ଉପକୂଳରେ ପ୍ରବଳ ବର୍ଷାକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୂଆପଡ଼ା ଆଦି ଜିଲ୍ଲା ର ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।




