ଯାଜପୁର,୨୭/୮(କଳିଙ୍ଗ ଜାଗରଣ ବ୍ୟୁରୋ):-ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ପାଣିକୋଇଲି ପୁରୁଣା ଟୋଲଗେଟ୍ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ହାଇଓ୍ୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ l । ଏହି ଦୁର୍ଘଟଣାରେ ତିନି ଜଣ ଯାତ୍ରୀ ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ଥିବାବେଳେ ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।



