ବାଲେଶ୍ୱର,୦୭/୧୦(କଳିଙ୍ଗ ଜାଗରଣ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ସିମୁଳିଆ ଥାନା ଅନ୍ତର୍ଗତ ତାରିଣୀ ଛକ ନିକଟରେ ଡିଭାଇଡରକୁ ଧକ୍କା ଦେଇ ଓଲଟି ପଡ଼ିଲା ତୀର୍ଥଯାତ୍ରୀ ବସ । ଫଳରେ ୨୦ରୁ ଅଧିକ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଅବସ୍ଥାରେ ବାଲେଶ୍ୱର ମେଡିକାଲକୁ ସ୍ଥାନାନ୍ତର । ଏବଂ ସମସ୍ତ ଯାତ୍ରୀ ପଶ୍ଚିମବଙ୍ଗ ମେଦିନୀପୁର ଅଞ୍ଚଳର ହୋଇଥିବା ବେଳେ ସେମାନେ ପୁରୀରୁ ଜଗନ୍ନାଥଙ୍କ ଦର୍ଶନ ସାରି ଦିଘା ଫେରୁଥିଲେ l




