ଭୁବନେଶ୍ୱର,୧୮/୧୧(କଳିଙ୍ଗ ଜାଗରଣ ବ୍ୟୁରୋ):- ଆରପାରିରେ ଓଲିଉଡ ଜଗତର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ତାଙ୍କର ଶେଷ ନିଃଶ୍ୱାସ ତ୍ୟାଗ ଥିବା ବେଳେ ତାଙ୍କ ବିୟୋଗରେ ଓଲିଉଡ୍ ଜଗତରେ ଶୋକର ଛାୟା ଖେଳି ଯାଇଛି । ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି ।




