ସୁନ୍ଦରଗଡ଼,୨୨/୦୧(କଳିଙ୍ଗ ଜାଗରଣ ବ୍ୟୁରୋ):- ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଅନ୍ତର୍ଗତ ବିଲେଇମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରକୁ ମାଡ଼ ମାରିବା ଅଭିଯୋଗରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି। ଛାତ୍ରଙ୍କ ବାପା ଏନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କ ନିକଟରେ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ଏବଂ ବ୍ଲକ ଶିକ୍ଷା ଅଧିକାରୀ ଏହି ଘଟଣାର ତଦନ୍ତ କରି ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି।




