ନବରଙ୍ଗପୁର,୨୭।୦୪(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ ପାତ୍ରପୁଟ ସେବାଶ୍ରମର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପ୍ରଧାନ ଶିକ୍ଷକ ସୁକାନ୍ତ ଷଡ଼ଙ୍ଗୀଙ୍କୁ ପୁଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏବଂ ଅଦାଲତରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍କୁ ପଠାଇ ଦିଆଯାଇଛି। ସେବାଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ବିରୋଧରେ ପୀଡିତା ଛାତ୍ରୀ ଓ ତାଙ୍କ ପରିବାର ଲୋକ ନବରଙ୍ଗପୁର ଏସଡିପିଓ ଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ।




