ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣକୁ ମରଣାତ୍ମକ ଆକ୍ରମଣ l

ବ୍ରହ୍ମପୁର,୧୩।୦୫(ଇ ରଞ୍ଜନ):-ଗଞ୍ଜାମ ଜିଲ୍ଲା ସଦରଥାନା ଅନ୍ତର୍ଗତ ବେନ୍ଧାଳିଆ ଗାଁରେ ଯୁବକକୁ ମରଣାତ୍ମକ ଆକ୍ରମଣ ଘଟଣା ଘଟିଛି। ଗାଁର ପିଣ୍ଟୁ ସେଠୀ ନାମକ ଯୁବକ ନିଜ କାର୍ଯ୍ୟ ନିମନ୍ତେ ବାଇକରେ ବାହାରକୁ ଯାଉଥିବା ବେଳେ, ଗାଁ ବାହୁଦା ବ୍ରିଜ ନିକଟରେ ତାଙ୍କୁ ପିଛା କରି ତାଙ୍କୁ ଆକ୍ରମଣ କରିଛନ୍ତି l ଏହି ଘଟଣା ରେ ପୁଲିସ ଭାଲୁ ଓରଫ ଶିବଶଙ୍କର ସାହୁ ଓ ତାଙ୍କର ତିନି ଜଣ ଅଜଣା ସହଯୋଗୀ ମରଣାନ୍ତକ ଆକ୍ରମଣ କରି ଘଟଣା ସ୍ଥଳ ରୁ ଚମ୍ପଟ ମାରିଥିବା ଖବର ମିଳିଛି ସେମାନେ ପିଣ୍ଟୁ ଙ୍କୁ ଧାରୁଆ ଅସ୍ତ୍ର ରେ ଆକ୍ରମଣ କରିଥିବା ସୂଚନା ରହିଛି । ଏହି ଘଟଣା ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଆଲୋଚନା ହୋଇଛି ।ସେଠାରେ ଗୁରୁତର ଅବସ୍ଥା ରେ ପଡିଥିବା ବେଳେ ତାଙ୍କୁ ସକାଳ ବୁଲାବୁଲି ପାଇଁ ବାହାରିଥିବା କିଛି ପ୍ରତ୍ୟକ୍ଷଦର୍ଶୀଙ୍କୁ ଚିହ୍ନଟ କରିଥିବା ବେଳେ ଆହତ ପିଣ୍ଟୁଙ୍କ ଘର ଲୋକଙ୍କୁ ସୂଚନା ଦେଇଥିଲେ ପରେ ତାଙ୍କ ପରିବାର ପକ୍ଷରୁ ଆହତ ଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ତାଙ୍କ ଦୁଇ ହାତ ଓ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ରହିଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି।ଘଟଣା ପରେ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଘଟଣା ସ୍ଥଳରେ ବ୍ରହ୍ମପୁର ଏସପି ଓ ଏସଡିପିଓ ସଦର ପହଞ୍ଚି ତଦନ୍ତ କରିଛନ୍ତି। ଅଞ୍ଚଳରେ ପୋଲିସ ପାଟ୍ରୋଲିଂ ବଢ଼ାଇବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ଧରପଗଡ଼ ଜାରିରହିଛି l

Hot this week

ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା ପାର ବେଳେ ଦୁର୍ଘଟଣା ।

ବ୍ରହ୍ମପୁର ୧୭।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିକଟ ରଣ୍ଢା ଜାତୀୟ ରାଜପଥରେ ରାସ୍ତା...

ଜଗଦଳପୁରରେ ଡାକ ମେଳା: ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ଓ ପୋଷ୍ଟାଲ ଜୀବନ ବୀମା ନେଇ ସଚେତନତା l

କୁକୁଡାଖଣ୍ଡି,୧୪।୦୭(ଇ ରଞ୍ଜନ ):-କୁକୁଡାଖଣ୍ଡି ଦକ୍ଷିଣାଞ୍ଚଳ ଡାକ ବିଭାଗ ବ୍ରହ୍ମପୁର ଆନୁକୂଲ୍ୟରେ ଜଗଦଳପୁର...

ଯୁବକଙ୍କୁ ବନ୍ଦ କୋଠରୀରେ ନିର୍ମମ ମାଡ଼ ମାରିବା ଭିଡିଓ ଭାଇରଲ ପରେ ମୁଖ୍ୟ ଅଭିଯୁକ୍ତ ଅରୁପ ଗିରଫ l

ବ୍ରହ୍ମପୁର,୧୩|୦୭(ଇ ରଞ୍ଜନ):-କୁକୁଡାଖଣ୍ଡି ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ମାଡ଼ ଭିଡିଓ ଘଟଣାରେ...

ପୋଡ଼ାମପେଟାରେ ତିନି ମାସିଆ ଯୋଗ ପ୍ରଶିକ୍ଷଣ ଶିବିର l

ଗଞ୍ଜାମ,୧୦।୭(ଋଷିକେଶ ବେହେରା):-lଗଞ୍ଜାମ ବ୍ଲକ ସ୍ଥିତ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଜନ...

୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

ନବରଙ୍ଗପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୧୨...

Topics

ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା ନିଜ ଶଶୁର ଘରେ ପେଟ୍ରୋଲ ଢାଳି ଆତ୍ମହୂତି ଉଦ୍ୟମ କରିଛନ୍ତି।

ବ୍ରହ୍ମପୁର,୧୦।୭(କଳିଙ୍ଗ ଜାଗରଣ ବ୍ୟୁରୋ):-ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଲୋଚାପଡ଼ା ଅଂଚଳରେ ମହିଳା...

କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ l

ଭୁବନେଶ୍ୱର,୦୯।୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ...

୧୧୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କା ଘର ଆବଣ୍ଟନ ହୋଇଛି ।

ଭୁବନେଶ୍ୱର,୦୮|୦୭(କଳିଙ୍ଗ ଜାଗରଣ ବ୍ୟୁରୋ):-ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ଆଜି ୧୧୪...
spot_img

Related Articles

Popular Categories

spot_imgspot_img