ଭୁବନେଶ୍ୱର,୦୧/୩(କଳିଙ୍ଗ ଜାଗରଣ ବ୍ୟୁରୋ):- ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ପୁଣି ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ହସ୍ତାନ୍ତର କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।




